ହାଗୟ 2

ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ୱ ଓ ଅଶ୍ୱାରୋହୀମାନେ ଆପଣା ଭ୍ରାତାର ଖଡ୍ଗ ଦ୍ୱାରା ପତିତ ହେବେ।

Haggai 2:22 (UKJV) And I will overthrow the throne of kingdoms, and I will destroy the strength of the kingdoms of the heathen; and I will overthrow the chariots, and those that ride in them; and the horses and their riders shall come down, every one by the sword of his brother.

20ଏଥିଉତ୍ତାରେ ମାସର ଚତୁର୍ବିଂଶ ଦିନ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ହାଗୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

21“ଯିହୁଦାର ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କୁ ଏହି କଥା କୁହ, ଆମ୍ଭେ ଆକାଶମଣ୍ଡଳ ଓ ପୃଥିବୀକୁ ହଲାଇବା;

22ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ୱ ଓ ଅଶ୍ୱାରୋହୀମାନେ ଆପଣା ଭ୍ରାତାର ଖଡ୍ଗ ଦ୍ୱାରା ପତିତ ହେବେ।

23ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ଶଲ୍ଟୀୟେଲର ପୁତ୍ର, ଆମ୍ଭର ଦାସ ଯିରୁବ୍ବାବିଲ୍‍, ସେଦିନ ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା ଓ ତୁମ୍ଭକୁ ମୁଦ୍ରାର୍ଥକ ଅଙ୍ଗୁରୀୟ ସ୍ୱରୂପ କରିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.