ହାଗୟ 2

‘ଏହି ଗୃହକୁ ତାହାର ପୂର୍ବ ଐଶ୍ୱର୍ଯ୍ୟାବସ୍ଥାରେ ଯେ ଦେଖିଲା, ତୁମ୍ଭମାନଙ୍କ ମଧ୍ୟରେ ଏପରି ଅବଶିଷ୍ଟ କିଏ ଅଛି? ତେବେ, ବର୍ତ୍ତମାନ ତୁମ୍ଭେମାନେ ତାହା କି ପ୍ରକାର ଦେଖୁଅଛ? ତାହା କି ତୁମ୍ଭମାନଙ୍କ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ ନୁହେଁ?

Haggai 2:3 (UKJV) Who is left among you that saw this house in her first glory? and how do all of you see it now? is it not in your eyes in comparison of it as nothing?

1ସପ୍ତମ ମାସ, ମାସର ଏକବିଂଶ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

2“ଏବେ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କୁ ଓ ଲୋକମାନଙ୍କର ଅବଶିଷ୍ଟାଂଶକୁ କୁହ,

3‘ଏହି ଗୃହକୁ ତାହାର ପୂର୍ବ ଐଶ୍ୱର୍ଯ୍ୟାବସ୍ଥାରେ ଯେ ଦେଖିଲା, ତୁମ୍ଭମାନଙ୍କ ମଧ୍ୟରେ ଏପରି ଅବଶିଷ୍ଟ କିଏ ଅଛି? ତେବେ, ବର୍ତ୍ତମାନ ତୁମ୍ଭେମାନେ ତାହା କି ପ୍ରକାର ଦେଖୁଅଛ? ତାହା କି ତୁମ୍ଭମାନଙ୍କ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ ନୁହେଁ?

4ତଥାପି ସଦାପ୍ରଭୁ କହନ୍ତି, ହେ ଯିରୁବ୍ବାବିଲ୍‍, ତୁମ୍ଭେ ଏବେ ବଳବାନ ହୁଅ; ଆଉ, ହେ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକ, ତୁମ୍ଭେ ବଳବାନ ହୁଅ; ପୁଣି, ହେ ଦେଶସ୍ଥ ଲୋକ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ କାର୍ଯ୍ୟ କର, ଏହା ସଦାପ୍ରଭୁ କହନ୍ତି;

5କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ମିସର ଦେଶରୁ ବାହାରି ଆସିବା ବେଳେ ଓ ଆମ୍ଭ ଆତ୍ମା ତୁମ୍ଭମାନଙ୍କ ମଧ୍ୟରେ ଅଧିଷ୍ଠାନ କରିବା ବେଳେ ଆମ୍ଭେ ତୁମ୍ଭମାନଙ୍କ ସହିତ ଯେଉଁ ନିୟମ ସ୍ଥିର କଲୁ, ସେହି ନିୟମର ବାକ୍ୟ ପ୍ରମାଣେ ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛୁ; ତୁମ୍ଭେମାନେ ଭୟ କର ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.