4ତଥାପି ସଦାପ୍ରଭୁ କହନ୍ତି, ହେ ଯିରୁବ୍ବାବିଲ୍, ତୁମ୍ଭେ ଏବେ ବଳବାନ ହୁଅ; ଆଉ, ହେ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକ, ତୁମ୍ଭେ ବଳବାନ ହୁଅ; ପୁଣି, ହେ ଦେଶସ୍ଥ ଲୋକ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ କାର୍ଯ୍ୟ କର, ଏହା ସଦାପ୍ରଭୁ କହନ୍ତି;
5କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ମିସର ଦେଶରୁ ବାହାରି ଆସିବା ବେଳେ ଓ ଆମ୍ଭ ଆତ୍ମା ତୁମ୍ଭମାନଙ୍କ ମଧ୍ୟରେ ଅଧିଷ୍ଠାନ କରିବା ବେଳେ ଆମ୍ଭେ ତୁମ୍ଭମାନଙ୍କ ସହିତ ଯେଉଁ ନିୟମ ସ୍ଥିର କଲୁ, ସେହି ନିୟମର ବାକ୍ୟ ପ୍ରମାଣେ ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛୁ; ତୁମ୍ଭେମାନେ ଭୟ କର ନାହିଁ।
6କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆଉ ଥରେ ଅଳ୍ପ କାଳ ମଧ୍ୟରେ ଆମ୍ଭେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ଶୁଷ୍କ ଭୂମିକୁ ହଲାଇବା;
7ପୁଣି, ଆମ୍ଭେ ସକଳ ଗୋଷ୍ଠୀଙ୍କୁ ହଲାଇବା, ଆଉ ସମସ୍ତ ଗୋଷ୍ଠୀର ବାଞ୍ଛନୀୟ ବିଷୟସକଳ ଆସିବ, ପୁଣି ଆମ୍ଭେ ଏହି ଗୃହକୁ ଐଶ୍ୱର୍ଯ୍ୟରେ ପରିପୂର୍ଣ୍ଣ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
8ରୂପା ଆମ୍ଭର ଓ ସୁନା ଆମ୍ଭର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।