11“ସେହି ସବୁ ବିନଷ୍ଟ ହେବ, କିନ୍ତୁ ତୁମ୍ଭେ ଚିରସ୍ଥାୟୀ; ଆଉ ସେହିସବୁ ବସ୍ତ୍ର ପରି କ୍ଷୟ ପାଇଯିବ,”
12“ପୁଣି, ତୁମ୍ଭେ ଚାଦର ପରି, ହଁ ବସ୍ତ୍ର ପରି ସେହିସବୁ ଗୁଡ଼ାଇବ, ଆଉ ସେହିସବୁ ପରିବର୍ତ୍ତିତ ହେବ। କିନ୍ତୁ ତୁମ୍ଭେ ସର୍ବଦା ସମାନ, ପୁଣି, ତୁମ୍ଭର ବର୍ଷସମୂହ କେବେ ଶେଷ ହେବ ନାହିଁ।”
13ଆଉ “ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ, ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ,” ଏହା ସେ ଦୂତମାନଙ୍କ ମଧ୍ୟରେ କାହାକୁ କେବେ କହିଅଛନ୍ତି?
14ଏମାନେ ସମସ୍ତେ କଅଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାନ୍ତି?