3ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରିଅଛନ୍ତି,
4ସେ ଯେଉଁ ପରିମାଣରେ ଦୂତମାନଙ୍କ ଅପେକ୍ଷା ଅତ୍ୟଧିକ ଉତ୍କୃଷ୍ଟ ନାମର ଅଧିକାରୀ ହୋଇଅଛନ୍ତି, ସେହି ପରିମାଣରେ ସେ ସେମାନଙ୍କଠାରୁ ଅତ୍ୟଧିକ ମହାନ ହୋଇଅଛନ୍ତି।
5କାରଣ ଈଶ୍ବର ଦୂତମାନଙ୍କ ମଧ୍ୟରୁ କାହାକୁ କେବେ ଏହା କହିଅଛନ୍ତି, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଇଅଛୁ?” ପୁନଶ୍ଚ, “ଆମ୍ଭେ ତାହାଙ୍କର ପିତା ହେବା, ଆଉ ସେ ଆମ୍ଭର ପୁତ୍ର ହେବେ?”
6ପୁଣି, ଯେଉଁ ସମୟରେ ସେ ପ୍ରଥମଜାତଙ୍କୁ ପୁନର୍ବାର ଜଗତ ମଧ୍ୟରେ ପ୍ରବେଶ କରାଇବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି, “ଈଶ୍ବରଙ୍କର ସମସ୍ତ ଦୂତ ତାହାଙ୍କୁ ପ୍ରଣାମ କରନ୍ତୁ।”
7ଏକ ପକ୍ଷରେ ସେ ଦୂତମାନଙ୍କ ବିଷୟରେ କହନ୍ତି, “ସେ ଆପଣା ଦୂତମାନଙ୍କୁ ବାୟୁ ସ୍ୱରୂପ କରନ୍ତି, ପୁଣି, ଆପଣା ସେବକମାନଙ୍କୁ ଅଗ୍ନିଶିଖା ସ୍ୱରୂପ କରନ୍ତି,”