7ଏକ ପକ୍ଷରେ ସେ ଦୂତମାନଙ୍କ ବିଷୟରେ କହନ୍ତି, “ସେ ଆପଣା ଦୂତମାନଙ୍କୁ ବାୟୁ ସ୍ୱରୂପ କରନ୍ତି, ପୁଣି, ଆପଣା ସେବକମାନଙ୍କୁ ଅଗ୍ନିଶିଖା ସ୍ୱରୂପ କରନ୍ତି,”
8ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, “ହେ ଈଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି, ନ୍ୟାୟର ଦଣ୍ଡ ତୁମ୍ଭର ରାଜ୍ୟର ଦଣ୍ଡ ଅଟେ।”
9“ତୁମ୍ଭେ ଧାର୍ମିକତାକୁ ପ୍ରେମ କରିଅଛ ଓ ଅଧାର୍ମିକତାକୁ ଘୃଣା କରିଅଛ, ତେଣୁ ଈଶ୍ବର, ତୁମ୍ଭର ଈଶ୍ବର, ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା, ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷେକ କରିଅଛନ୍ତି।”
10ଆହୁରି, “ହେ ପ୍ରଭୁ, ତୁମ୍ଭେ ଆରମ୍ଭରୁ ହିଁ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛ, ପୁଣି, ଆକାଶମଣ୍ଡଳ ତୁମ୍ଭ ହସ୍ତକୃତ କର୍ମ।”
11“ସେହି ସବୁ ବିନଷ୍ଟ ହେବ, କିନ୍ତୁ ତୁମ୍ଭେ ଚିରସ୍ଥାୟୀ; ଆଉ ସେହିସବୁ ବସ୍ତ୍ର ପରି କ୍ଷୟ ପାଇଯିବ,”