12ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଚିରକାଳ ପାଇଁ ଉପବେଶନ କଲେ;
13ସେହି ଦିନାବଧି ତାହାଙ୍କର ଶତ୍ରୁମାନେ ତାହାଙ୍କ ପାଦପୀଠ କରାଯାଇ ନ ଥିବା ପର୍ଯ୍ୟନ୍ତ ସେ ଅପେକ୍ଷା କରୁଅଛନ୍ତି।
14କାରଣ କେବଳ ଏକ ବଳିର ଉତ୍ସର୍ଗ ଦ୍ୱାରା ସେ ପବିତ୍ରୀକୃତ ହେଉଥିବା ଲୋକମାନଙ୍କୁ ଚିରକାଳ ପାଇଁ ସିଦ୍ଧ କରିଅଛନ୍ତି।
15ଆଉ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କୁ ସେ ବିଷୟରେ ସାକ୍ଷ୍ୟ ଦିଅନ୍ତି;
16“କାରଣ ପ୍ରଭୁ ଏହି କଥା କହନ୍ତି, ସେହି ସମୟ ଉତ୍ତାରେ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ହୃଦୟରେ ଆପଣା ବ୍ୟବସ୍ଥା ଦେବା, ପୁଣି, ସେମାନଙ୍କ ମନରେ ସେହିସବୁ ଲେଖିବା,”