15ଆଉ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କୁ ସେ ବିଷୟରେ ସାକ୍ଷ୍ୟ ଦିଅନ୍ତି;
16“କାରଣ ପ୍ରଭୁ ଏହି କଥା କହନ୍ତି, ସେହି ସମୟ ଉତ୍ତାରେ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ହୃଦୟରେ ଆପଣା ବ୍ୟବସ୍ଥା ଦେବା, ପୁଣି, ସେମାନଙ୍କ ମନରେ ସେହିସବୁ ଲେଖିବା,”
17ଏହା କହିଲା ଉତ୍ତାରେ ସେ କହନ୍ତି, “ସେମାନଙ୍କ ପାପ ଓ ସେମାନଙ୍କ ଅପରାଧସବୁ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”
18ଏହି ସମସ୍ତ କ୍ଷମା ହେବା ସ୍ଥଳେ ପାପ ନିମନ୍ତେ ଆଉ ବଳି ଉତ୍ସର୍ଗ କରିବା ଅନାବଶ୍ୟକ।
19ଅତଏବ, ହେ ଭାଇମାନେ, ଯୀଶୁ ବିଚ୍ଛେଦବସ୍ତ୍ର, ଅର୍ଥାତ୍, ଆପଣା ରକ୍ତ ଦ୍ୱାରା ଯେଉଁ ନୂତନ ଓ ଜୀବନଦାୟକ ପଥ ଆମ୍ଭମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି,