34କାରଣ ତୁମ୍ଭେମାନେ ବନ୍ଦୀମାନଙ୍କ ସହିତ ଦୁଃଖଭୋଗ କରିଥିଲ, ଆଉ ତୁମ୍ଭମାନଙ୍କ ନିଜର ଯେ ଅଧିକ ଉତ୍ତମ ଓ ନିତ୍ୟସ୍ଥାୟୀ ସମ୍ପତ୍ତି ଅଛି, ଏହା ଜାଣି ଆନନ୍ଦରେ ତୁମ୍ଭମାନଙ୍କ ସମ୍ପତ୍ତିର ଲୁଣ୍ଠନ ସହ୍ୟ କରିଥିଲ।
35ଅତଏବ, ତୁମ୍ଭମାନଙ୍କ ସାହସ ପରିତ୍ୟାଗ କର ନାହିଁ, ସେଥିର ମହା ପୁରସ୍କାର ଅଛି।
36ଯେଣୁ ତୁମ୍ଭେମାନେ ଯେପରି ଈଶ୍ବରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇପାର, ଏଥିନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ।
37ଯେପରି ଶାସ୍ତ୍ରରେ ଲେଖାଅଛି, “କାରଣ ଆଉ ଅତି ଅଳ୍ପ ସମୟ ମାତ୍ର, ଯାହାଙ୍କ ଆଗମନ କରିବାର ଅଛି, ସେ ଆଗମନ କରିବେ ଓ ବିଳମ୍ବ କରିବେ ନାହିଁ।”
38ପୁଣି, “ଆମ୍ଭର ଧାର୍ମିକ ବ୍ୟକ୍ତି ବିଶ୍ୱାସ ଦ୍ୱାରା ବଞ୍ଚିବ, କିନ୍ତୁ ଯଦି କେହି ପଶ୍ଚାତ୍ପଦ ହୁଏ, ତାହାହେଲେ ଆମ୍ଭର ଆତ୍ମା ତାହାଠାରେ ସନ୍ତୁଷ୍ଟ ନୁହେଁ।”