3କିନ୍ତୁ ସେହିସବୁ ବଳିରେ ବର୍ଷକୁ ବର୍ଷ ପାପ ସ୍ମରଣ କରାଯାଏ;
4କାରଣ ବୃଷ ଓ ଛାଗର ରକ୍ତ ଯେ ପାପ ହରଣ କରିବ, ଏହା ଅସମ୍ଭବ।
5ସେଥିପାଇଁ ଖ୍ରୀଷ୍ଟ ଜଗତକୁ ଆଗମନ କରି କହନ୍ତି, “ବଳିଦାନ ଓ ନୈବେଦ୍ୟ ନ ଲୋଡ଼ି ମୋʼ ନିମନ୍ତେ ଏକ ଶରୀର ପ୍ରସ୍ତୁତ କଲ;
6ହୋମବଳି ଓ ପାପାର୍ଥକ ବଳିରେ ତୁମ୍ଭେ ସନ୍ତୁଷ୍ଟ ହେଲ ନାହିଁ।”
7ସେତେବେଳେ ମୁଁ କହିଲି, ଦେଖ, ଶାସ୍ତ୍ରରେ ମୋʼ ବିଷୟରେ ଲେଖାଅଛି, “ହେ ଈଶ୍ବର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି।”