ଏବ୍ରୀ 11

କାରଣ ଯେଉଁ ନଗର ଭିତ୍ତିମୂଳବିଶିଷ୍ଟ, ପୁଣି, ଯାହାର ଶିଳ୍ପୀ ଓ ନିର୍ମାତା ସ୍ୱୟଂ ଈଶ୍ବର, ଅବ୍ରହାମ ତହିଁର ଅପେକ୍ଷାରେ ଥିଲେ।

Hebrews 11:10 (UKJV) For he looked for a city which has foundations, whose builder and maker is God.

8ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ।

9ବିଶ୍ୱାସ ଦ୍ୱାରା ସେ ବିଦେଶୀ ସ୍ୱରୂପେ ପ୍ରତିଜ୍ଞାତ ଦେଶରେ ପ୍ରବାସୀ ହୋଇ ପ୍ରତିଜ୍ଞାର ସହାଧିକାରୀ ଇସ୍‌ହାକ ଓ ଯାକୁବଙ୍କ ସହିତ ତମ୍ବୁରେ ବାସ କଲେ;

10କାରଣ ଯେଉଁ ନଗର ଭିତ୍ତିମୂଳବିଶିଷ୍ଟ, ପୁଣି, ଯାହାର ଶିଳ୍ପୀ ଓ ନିର୍ମାତା ସ୍ୱୟଂ ଈଶ୍ବର, ଅବ୍ରହାମ ତହିଁର ଅପେକ୍ଷାରେ ଥିଲେ।

11ବିଶ୍ୱାସ ଦ୍ୱାରା ସାରା ନିଜେ ମଧ୍ୟ ପ୍ରତିଜ୍ଞାକାରୀଙ୍କୁ ବିଶ୍ୱସ୍ତ ଜ୍ଞାନ କରି ଗତବୟସ୍କା ହେଲେ ହେଁ ଗର୍ଭଧାରଣ କରିବାକୁ ଶକ୍ତି ପ୍ରାପ୍ତ ହେଲେ;

12ଏହେତୁରୁ ମଧ୍ୟ ମୃତକଳ୍ପ ଜଣେ ବ୍ୟକ୍ତିଙ୍କଠାରୁ ଆକାଶର ନକ୍ଷତ୍ରଗଣ ପରି ଅସଂଖ୍ୟ ଓ ସମୁଦ୍ରତୀରସ୍ଥ ବାଲୁକା ପରି ଅଗଣ୍ୟ ଏକ ଜାତି ଉତ୍ପନ୍ନ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.