ଏବ୍ରୀ 11

କାରଣ ଯେଉଁମାନେ ଏହିପରି କଥା କହନ୍ତି, ସେମାନେ ଯେ ନିଜର ଗୋଟିଏ ଦେଶ ଅନ୍ୱେଷଣ କରୁଅଛନ୍ତି, ଏହା ପ୍ରକାଶ କରନ୍ତି।

Hebrews 11:14 (UKJV) For they that say such things declare plainly that they seek a country.

12ଏହେତୁରୁ ମଧ୍ୟ ମୃତକଳ୍ପ ଜଣେ ବ୍ୟକ୍ତିଙ୍କଠାରୁ ଆକାଶର ନକ୍ଷତ୍ରଗଣ ପରି ଅସଂଖ୍ୟ ଓ ସମୁଦ୍ରତୀରସ୍ଥ ବାଲୁକା ପରି ଅଗଣ୍ୟ ଏକ ଜାତି ଉତ୍ପନ୍ନ ହେଲା।

13ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ।

14କାରଣ ଯେଉଁମାନେ ଏହିପରି କଥା କହନ୍ତି, ସେମାନେ ଯେ ନିଜର ଗୋଟିଏ ଦେଶ ଅନ୍ୱେଷଣ କରୁଅଛନ୍ତି, ଏହା ପ୍ରକାଶ କରନ୍ତି।

15ପୁଣି, ଯେଉଁ ଦେଶରୁ ସେମାନେ ବାହାରି ଆସିଥିଲେ, ଯଦି ପ୍ରକୃତରେ ସେହି ଦେଶକୁ ସ୍ମରଣ କରିଥାଆନ୍ତେ, ତାହାହେଲେ ସେମାନଙ୍କର ବାହୁଡ଼ି ଯିବାକୁ ସୁଯୋଗ ଥିଲା।

16କିନ୍ତୁ ସେମାନେ ଗୋଟିଏ ଉତ୍କୃଷ୍ଟତର, ଅର୍ଥାତ୍‍, ସ୍ୱର୍ଗୀୟ ଦେଶର ଆକାଂକ୍ଷା କରୁଥିଲେ; ଏହେତୁ ଈଶ୍ବର ସେମାନଙ୍କ ଈଶ୍ବର ବୋଲି ଖ୍ୟାତ ହେବାକୁ ସେମାନଙ୍କ ସମ୍ବନ୍ଧରେ ଲଜ୍ଜିତ ନୁହଁନ୍ତି, କାରଣ ସେ ସେମାନଙ୍କ ନିମନ୍ତେ ଗୋଟିଏ ନଗର ପ୍ରସ୍ତୁତ କରିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.