ଏବ୍ରୀ 11

କାରଣ ଈଶ୍ବର ଯେ ମୃତମାନଙ୍କ ମଧ୍ୟରୁ ସୁଦ୍ଧା ଉତ୍ଥାପନ କରିବାକୁ ସମର୍ଥ, ଆକ୍ଷରିକ ଭାବେ, ସେ ମଧ୍ୟ ତାହାଙ୍କୁ ଦୃଷ୍ଟାନ୍ତଭାବେ ମୃତ୍ୟୁରୁ ଫେରି ପାଇଲେ।

Hebrews 11:19 (UKJV) Accounting that God was able to raise him up, even from the dead; from whence also he received him in a figure.

17ବିଶ୍ୱାସ ଦ୍ୱାରା ଅବ୍ରହାମ ପରୀକ୍ଷିତ ହୋଇ ଇସ୍‌ହାକଙ୍କୁ ଉତ୍ସର୍ଗ କଲେ, ହଁ, ଯେଉଁ ବ୍ୟକ୍ତି ପ୍ରତିଜ୍ଞାସମୂହ ପ୍ରାପ୍ତ ହୋଇଥିଲେ, ଯାହାଙ୍କୁ କୁହାଯାଇଥିଲା ଯେ,

18ଇସ୍‌ହାକଙ୍କଠାରୁ ତୁମ୍ଭର ବଂଶ ଖ୍ୟାତ ହେବ, ସେହି ବ୍ୟକ୍ତି ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଉତ୍ସର୍ଗ କରିବାକୁ ଯାଉଥିଲେ,

19କାରଣ ଈଶ୍ବର ଯେ ମୃତମାନଙ୍କ ମଧ୍ୟରୁ ସୁଦ୍ଧା ଉତ୍ଥାପନ କରିବାକୁ ସମର୍ଥ, ଆକ୍ଷରିକ ଭାବେ, ସେ ମଧ୍ୟ ତାହାଙ୍କୁ ଦୃଷ୍ଟାନ୍ତଭାବେ ମୃତ୍ୟୁରୁ ଫେରି ପାଇଲେ।

20ବିଶ୍ୱାସ ଦ୍ୱାରା ଇସ୍‌ହାକ ଭବିଷ୍ୟତ ବିଷୟରେ ମଧ୍ୟ ଯାକୁବ ଓ ଏଷୌଙ୍କୁ ଆଶୀର୍ବାଦ କଲେ।

21ବିଶ୍ୱାସ ଦ୍ୱାରା ଯାକୁବ ମୃତ୍ୟୁ ସମୟରେ ଯୋଷେଫଙ୍କର ପ୍ରତ୍ୟେକ ପୁତ୍ରଙ୍କୁ ଆଶୀର୍ବାଦ କଲେ, ପୁଣି, ଆପଣା ଯଷ୍ଟିର ଅଗ୍ରଭାଗରେ ଆଉଜିପଡ଼ି ପ୍ରଣାମ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.