1ବିଶ୍ୱାସ ପ୍ରତ୍ୟାଶିତ ବିଷୟର ମୂଳଭୂମି ଓ ଅଦୃଶ୍ୟ ବିଷୟର ନିଶ୍ଚିତ ଜ୍ଞାନ।
2ତଦ୍ୱାରା ପ୍ରାଚୀନମାନେ ତ ସୁଖ୍ୟାତି ଲାଭ କଲେ।
3ବିଶ୍ୱାସ ଦ୍ୱାରା ଆମ୍ଭେମାନେ ବୁଝୁ ଯେ, ସମସ୍ତ ବିଶ୍ୱ ଈଶ୍ବରଙ୍କ ବାକ୍ୟ ଦ୍ୱାରା ରଚିତ, ଅତଏବ କୌଣସି ପ୍ରତ୍ୟକ୍ଷ ବିଷୟରୁ ଦୃଶ୍ୟ ବିଷୟ ଉତ୍ପନ୍ନ ହୋଇ ନାହିଁ।
4ବିଶ୍ୱାସ ଦ୍ୱାରା ହେବଲ ଈଶ୍ବରଙ୍କ ଛାମୁରେ କୟିନ ଅପେକ୍ଷା ଉତ୍କୃଷ୍ଟ ବଳି ଉତ୍ସର୍ଗ କଲେ ଓ ତଦ୍ୱାରା ସେ ଧାର୍ମିକ ବୋଲି ସାକ୍ଷ୍ୟ ପାଇଲେ; ଈଶ୍ବର ନିଜେ ତାହାଙ୍କ ଦାନ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ଆଉ ସେ ମୃତ ହେଲେ ହେଁ ବିଶ୍ୱାସ ଦ୍ୱାରା ଆଜି ପର୍ଯ୍ୟନ୍ତ କଥା କହୁଅଛନ୍ତି।