18ଇସ୍ହାକଙ୍କଠାରୁ ତୁମ୍ଭର ବଂଶ ଖ୍ୟାତ ହେବ, ସେହି ବ୍ୟକ୍ତି ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଉତ୍ସର୍ଗ କରିବାକୁ ଯାଉଥିଲେ,
19କାରଣ ଈଶ୍ବର ଯେ ମୃତମାନଙ୍କ ମଧ୍ୟରୁ ସୁଦ୍ଧା ଉତ୍ଥାପନ କରିବାକୁ ସମର୍ଥ, ଆକ୍ଷରିକ ଭାବେ, ସେ ମଧ୍ୟ ତାହାଙ୍କୁ ଦୃଷ୍ଟାନ୍ତଭାବେ ମୃତ୍ୟୁରୁ ଫେରି ପାଇଲେ।
20ବିଶ୍ୱାସ ଦ୍ୱାରା ଇସ୍ହାକ ଭବିଷ୍ୟତ ବିଷୟରେ ମଧ୍ୟ ଯାକୁବ ଓ ଏଷୌଙ୍କୁ ଆଶୀର୍ବାଦ କଲେ।
21ବିଶ୍ୱାସ ଦ୍ୱାରା ଯାକୁବ ମୃତ୍ୟୁ ସମୟରେ ଯୋଷେଫଙ୍କର ପ୍ରତ୍ୟେକ ପୁତ୍ରଙ୍କୁ ଆଶୀର୍ବାଦ କଲେ, ପୁଣି, ଆପଣା ଯଷ୍ଟିର ଅଗ୍ରଭାଗରେ ଆଉଜିପଡ଼ି ପ୍ରଣାମ କଲେ।
22ବିଶ୍ୱାସ ଦ୍ୱାରା ଯୋଷେଫ ମୃତ୍ୟୁ ସମୟରେ ଇସ୍ରାଏଲ ସନ୍ତାନମାନଙ୍କର ପ୍ରସ୍ଥାନ ବିଷୟ ଉଲ୍ଲେଖ କଲେ, ପୁଣି, ଆପଣା ଅସ୍ଥି ସମ୍ବନ୍ଧରେ ଆଜ୍ଞା ଦେଲେ।