23ବିଶ୍ୱାସ ଦ୍ୱାରା ମୋଶାଙ୍କ ପିତାମାତା ତାହାଙ୍କ ଜନ୍ମ ହେବା ସମୟରେ ତାହାଙ୍କୁ ଗୋଟିଏ ସୁନ୍ଦର ପିଲା ବୋଲି ଦେଖି ରାଜାଜ୍ଞାକୁ ଭୟ ନ କରି ତିନି ମାସ ପର୍ଯ୍ୟନ୍ତ ତାହାଙ୍କୁ ଗୋପନରେ ରଖିଲେ।
24ବିଶ୍ୱାସ ଦ୍ୱାରା ମୋଶା ବୟସପ୍ରାପ୍ତ ହେଲା ଉତ୍ତାରେ ଫାରୋଙ୍କର କନ୍ୟାଙ୍କ ପୁତ୍ର ବୋଲି ଖ୍ୟାତ ହେବାକୁ ନାସ୍ତି କଲେ;
25ପାପର କ୍ଷଣିକ ସୁଖଭୋଗ ଅପେକ୍ଷା ଈଶ୍ବରଙ୍କ ଲୋକମାନଙ୍କ ସହିତ ବରଂ ଦୁଃଖଭୋଗ କରିବାକୁ ସେ ପସନ୍ଦ କଲେ,
26ପୁଣି, ମିସରର ସମସ୍ତ ଧନ ଅପେକ୍ଷା ଖ୍ରୀଷ୍ଟଙ୍କ ନିନ୍ଦାର ସହଭାଗୀ ହେବା ଶ୍ରେଷ୍ଠତର ଧନ ବୋଲି ମନେ କଲେ, କାରଣ ସେ ଭାବି ପୁରସ୍କାର ଦାନ ପ୍ରତି ଦୃଷ୍ଟିପାତ କଲେ।
27ବିଶ୍ୱାସ ଦ୍ୱାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲା ପରି ସୁସ୍ଥିର ରହିଲେ।