26ପୁଣି, ମିସରର ସମସ୍ତ ଧନ ଅପେକ୍ଷା ଖ୍ରୀଷ୍ଟଙ୍କ ନିନ୍ଦାର ସହଭାଗୀ ହେବା ଶ୍ରେଷ୍ଠତର ଧନ ବୋଲି ମନେ କଲେ, କାରଣ ସେ ଭାବି ପୁରସ୍କାର ଦାନ ପ୍ରତି ଦୃଷ୍ଟିପାତ କଲେ।
27ବିଶ୍ୱାସ ଦ୍ୱାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲା ପରି ସୁସ୍ଥିର ରହିଲେ।
28ବିଶ୍ୱାସ ଦ୍ୱାରା ସେ ନିସ୍ତାର ପର୍ବ ଓ ରକ୍ତ ସେଚନ ବିଧି ପାଳନ କଲେ, ଯେପରି ପ୍ରଥମଜାତମାନଙ୍କର ସଂହାରକ ସେମାନଙ୍କୁ ସ୍ପର୍ଶ ନ କରନ୍ତି।
29ବିଶ୍ୱାସ ଦ୍ୱାରା ସେମାନେ ଶୁଷ୍କ ଭୂମି ପାର ହେଲା ପରି ସୂଫ ସାଗରର ଭିତର ଦେଇ ପାର ହେଲେ, କିନ୍ତୁ ମିସରୀୟମାନେ ପାର ହେବାକୁ ଚେଷ୍ଟା କରିବାକୁ ଯାଇ ବୁଡ଼ି ମଲେ।
30ବିଶ୍ୱାସ ଦ୍ୱାରା ଯିରୀହୋ ପ୍ରାଚୀର ସାତ ଦିନ ପର୍ଯ୍ୟନ୍ତ ଘେରିଲା ଉତ୍ତାରେ ଭୂମିସାତ୍ ହେଲା।