ଏବ୍ରୀ 11

ବିଶ୍ୱାସ ଦ୍ୱାରା ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆଶ୍ରୟ ଦେବାରୁ ଅନାଜ୍ଞାବହମାନଙ୍କ ସହିତ ବିନଷ୍ଟ ହେଲେ ନାହିଁ।

Hebrews 11:31 (UKJV) By faith the harlot Rahab perished not with them that believed not, when she had received the spies with peace.

29ବିଶ୍ୱାସ ଦ୍ୱାରା ସେମାନେ ଶୁଷ୍କ ଭୂମି ପାର ହେଲା ପରି ସୂଫ ସାଗରର ଭିତର ଦେଇ ପାର ହେଲେ, କିନ୍ତୁ ମିସରୀୟମାନେ ପାର ହେବାକୁ ଚେଷ୍ଟା କରିବାକୁ ଯାଇ ବୁଡ଼ି ମଲେ।

30ବିଶ୍ୱାସ ଦ୍ୱାରା ଯିରୀହୋ ପ୍ରାଚୀର ସାତ ଦିନ ପର୍ଯ୍ୟନ୍ତ ଘେରିଲା ଉତ୍ତାରେ ଭୂମିସାତ୍‍ ହେଲା।

31ବିଶ୍ୱାସ ଦ୍ୱାରା ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆଶ୍ରୟ ଦେବାରୁ ଅନାଜ୍ଞାବହମାନଙ୍କ ସହିତ ବିନଷ୍ଟ ହେଲେ ନାହିଁ।

32ଆଉ ଅଧିକ କଅଣ କହିବି? ଗିଦିୟୋନ, ବାରକ, ଶାମ୍‍ଶୋନ୍‍, ଯିପ୍ତହ, ଦାଉଦ, ଶାମୁୟେଲ ଓ ଭାବବାଦୀମାନଙ୍କ ବିଷୟ ଯଦି ମୁଁ ବର୍ଣ୍ଣନା କରେ, ତେବେ ସମୟ ଅଣ୍ଟିବ ନାହିଁ;

33ବିଶ୍ୱାସ ଦ୍ୱାରା ସେମାନେ ରାଜ୍ୟଗୁଡ଼ିକ ଜୟ କଲେ, ଧର୍ମ ସାଧନ କଲେ, ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ, ସିଂହମାନଙ୍କ ମୁଖରୁ ବଞ୍ଚିତ ହେଲେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.