ଏବ୍ରୀ 11

ଅନ୍ୟମାନେ ବିଦ୍ରୂପ, କୋରଡ଼ା ପ୍ରହାର, ହଁ, ବନ୍ଧନ ଓ କାରାବାସ ଦ୍ୱାରା ସୁଦ୍ଧା ପରୀକ୍ଷିତ ହେଲେ;

Hebrews 11:36 (UKJV) And others had trial of cruel mockings and scourgings, yea, moreover of bonds and imprisonment:

34ଅଗ୍ନିର ତେଜ ନିବାରଣ କଲେ, ଖଡ୍ଗଧାରରୁ ରକ୍ଷା ପାଇଲେ, ଦୁର୍ବଳ ସମୟରେ ସବଳ ହେଲେ, ଯୁଦ୍ଧରେ ବିଜୟୀ ହେଲେ, ପୁଣି, ଅଣଯିହୁଦୀମାନଙ୍କର ସୈନ୍ୟମାନଙ୍କୁ ବିତାଡ଼ିତ କଲେ।

35ସ୍ତ୍ରୀଲୋକମାନେ ଆପଣା ଆପଣା ମୃତମାନଙ୍କୁ ପୁନରୁତ୍ଥାନ ଦ୍ୱାରା ପ୍ରାପ୍ତ ହେଲେ; ଅନ୍ୟମାନେ ଉତ୍କୃଷ୍ଟତର ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଉଦ୍ଧାର ପାଇବାକୁ ଇଚ୍ଛା ନ କରି ମହାଯନ୍ତ୍ରଣା ଭୋଗ କଲେ।

36ଅନ୍ୟମାନେ ବିଦ୍ରୂପ, କୋରଡ଼ା ପ୍ରହାର, ହଁ, ବନ୍ଧନ ଓ କାରାବାସ ଦ୍ୱାରା ସୁଦ୍ଧା ପରୀକ୍ଷିତ ହେଲେ;

37କେହି ଅବା ପ୍ରସ୍ତରାଘାତରେ ହତ, କେହି ଅବା ନିର୍ଯ୍ୟାତିତ, କେହି କରତ ଦ୍ୱାରା ଦ୍ୱିଖଣ୍ଡିତ, ପୁଣି, କେହି ଅବା ଖଡ୍ଗ ଦ୍ୱାରା ନିହତ ହେଲେ, କେହି କେହି ମେଷ ଓ ଛାଗଳର ଚର୍ମରେ ଆଚ୍ଛାଦିତ, ଅଭାବଗ୍ରସ୍ତ, କ୍ଳିଷ୍ଟ ଓ ତାଡନାପ୍ରାପ୍ତ ହୋଇ

38ପ୍ରାନ୍ତର, ପର୍ବତ, ଗୁହା, ପୁଣି, ପୃଥିବୀର ଗହ୍ୱର ଭ୍ରମଣ କଲେ; ଜଗତ ସେମାନଙ୍କର ଯୋଗ୍ୟ ନ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.