35ସ୍ତ୍ରୀଲୋକମାନେ ଆପଣା ଆପଣା ମୃତମାନଙ୍କୁ ପୁନରୁତ୍ଥାନ ଦ୍ୱାରା ପ୍ରାପ୍ତ ହେଲେ; ଅନ୍ୟମାନେ ଉତ୍କୃଷ୍ଟତର ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଉଦ୍ଧାର ପାଇବାକୁ ଇଚ୍ଛା ନ କରି ମହାଯନ୍ତ୍ରଣା ଭୋଗ କଲେ।
36ଅନ୍ୟମାନେ ବିଦ୍ରୂପ, କୋରଡ଼ା ପ୍ରହାର, ହଁ, ବନ୍ଧନ ଓ କାରାବାସ ଦ୍ୱାରା ସୁଦ୍ଧା ପରୀକ୍ଷିତ ହେଲେ;
37କେହି ଅବା ପ୍ରସ୍ତରାଘାତରେ ହତ, କେହି ଅବା ନିର୍ଯ୍ୟାତିତ, କେହି କରତ ଦ୍ୱାରା ଦ୍ୱିଖଣ୍ଡିତ, ପୁଣି, କେହି ଅବା ଖଡ୍ଗ ଦ୍ୱାରା ନିହତ ହେଲେ, କେହି କେହି ମେଷ ଓ ଛାଗଳର ଚର୍ମରେ ଆଚ୍ଛାଦିତ, ଅଭାବଗ୍ରସ୍ତ, କ୍ଳିଷ୍ଟ ଓ ତାଡନାପ୍ରାପ୍ତ ହୋଇ
38ପ୍ରାନ୍ତର, ପର୍ବତ, ଗୁହା, ପୁଣି, ପୃଥିବୀର ଗହ୍ୱର ଭ୍ରମଣ କଲେ; ଜଗତ ସେମାନଙ୍କର ଯୋଗ୍ୟ ନ ଥିଲା।
39ବିଶ୍ୱାସ ଦ୍ୱାରା ଏହି ସମସ୍ତେ ସୁଖ୍ୟାତି ଲାଭ କରି ସୁଦ୍ଧା ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ ନାହିଁ,