37କେହି ଅବା ପ୍ରସ୍ତରାଘାତରେ ହତ, କେହି ଅବା ନିର୍ଯ୍ୟାତିତ, କେହି କରତ ଦ୍ୱାରା ଦ୍ୱିଖଣ୍ଡିତ, ପୁଣି, କେହି ଅବା ଖଡ୍ଗ ଦ୍ୱାରା ନିହତ ହେଲେ, କେହି କେହି ମେଷ ଓ ଛାଗଳର ଚର୍ମରେ ଆଚ୍ଛାଦିତ, ଅଭାବଗ୍ରସ୍ତ, କ୍ଳିଷ୍ଟ ଓ ତାଡନାପ୍ରାପ୍ତ ହୋଇ
38ପ୍ରାନ୍ତର, ପର୍ବତ, ଗୁହା, ପୁଣି, ପୃଥିବୀର ଗହ୍ୱର ଭ୍ରମଣ କଲେ; ଜଗତ ସେମାନଙ୍କର ଯୋଗ୍ୟ ନ ଥିଲା।
39ବିଶ୍ୱାସ ଦ୍ୱାରା ଏହି ସମସ୍ତେ ସୁଖ୍ୟାତି ଲାଭ କରି ସୁଦ୍ଧା ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ ନାହିଁ,
40ଯେଣୁ ଈଶ୍ବର ଆମ୍ଭମାନଙ୍କ ନିମନ୍ତେ ଉତ୍କୃଷ୍ଟତର ବିଷୟ ପ୍ରସ୍ତୁତ କରି ରଖିଥିଲେ, ଯେପରି ସେମାନେ ଆମ୍ଭମାନଙ୍କ ବିନା ସିଦ୍ଧ ଲାଭ ନ କରନ୍ତି।