38ପ୍ରାନ୍ତର, ପର୍ବତ, ଗୁହା, ପୁଣି, ପୃଥିବୀର ଗହ୍ୱର ଭ୍ରମଣ କଲେ; ଜଗତ ସେମାନଙ୍କର ଯୋଗ୍ୟ ନ ଥିଲା।
39ବିଶ୍ୱାସ ଦ୍ୱାରା ଏହି ସମସ୍ତେ ସୁଖ୍ୟାତି ଲାଭ କରି ସୁଦ୍ଧା ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ ନାହିଁ,
40ଯେଣୁ ଈଶ୍ବର ଆମ୍ଭମାନଙ୍କ ନିମନ୍ତେ ଉତ୍କୃଷ୍ଟତର ବିଷୟ ପ୍ରସ୍ତୁତ କରି ରଖିଥିଲେ, ଯେପରି ସେମାନେ ଆମ୍ଭମାନଙ୍କ ବିନା ସିଦ୍ଧ ଲାଭ ନ କରନ୍ତି।