ଏବ୍ରୀ 11

ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ବର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ଆବଶ୍ୟକ।

Hebrews 11:6 (UKJV) But without faith it is impossible to please him: for he that comes to God must believe that he is, and that he is a rewarder of them that diligently seek him.

4ବିଶ୍ୱାସ ଦ୍ୱାରା ହେବଲ ଈଶ୍ବରଙ୍କ ଛାମୁରେ କୟିନ ଅପେକ୍ଷା ଉତ୍କୃଷ୍ଟ ବଳି ଉତ୍ସର୍ଗ କଲେ ଓ ତଦ୍ୱାରା ସେ ଧାର୍ମିକ ବୋଲି ସାକ୍ଷ୍ୟ ପାଇଲେ; ଈଶ୍ବର ନିଜେ ତାହାଙ୍କ ଦାନ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ଆଉ ସେ ମୃତ ହେଲେ ହେଁ ବିଶ୍ୱାସ ଦ୍ୱାରା ଆଜି ପର୍ଯ୍ୟନ୍ତ କଥା କହୁଅଛନ୍ତି।

5ବିଶ୍ୱାସ ଦ୍ୱାରା ହନୋକ ମୃତ୍ୟୁଭୋଗ ନ କରି ଉର୍ଦ୍ଧ୍ବକୁ ଉତ୍ଥିତ ହେଲେ; ସେ ଆଉ ଦେଖାଗଲେ ନାହିଁ, କାରଣ ଈଶ୍ବର ତାହାଙ୍କୁ ଅନ୍ତର୍ହିତ କରିଥିଲେ। ସେ ଯେ ଈଶ୍ବରଙ୍କର ସନ୍ତୋଷପାତ୍ର, ଅନ୍ତର୍ହିତ ହେବା ପୂର୍ବେ ସେଥିର ସାକ୍ଷ୍ୟ ପ୍ରାପ୍ତ ହୋଇଥିଲେ;

6ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ବର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ଆବଶ୍ୟକ।

7ବିଶ୍ୱାସ ଦ୍ୱାରା ନୋହ ସେ ସମୟ ପର୍ଯ୍ୟନ୍ତ ଅପ୍ରକାଶିତ ବିଷୟ ସମ୍ବନ୍ଧରେ ପ୍ରତ୍ୟାଦେଶ ପାଇ ଭକ୍ତି ସହକାରେ ଆପଣା ପରିବାରର ରକ୍ଷା ନିମନ୍ତେ ଗୋଟିଏ ଜାହାଜ ନିର୍ମାଣ କଲେ, ପୁଣି, ସେହି ବିଶ୍ୱାସ ଦ୍ୱାରା ସେ ଜଗତକୁ ଦୋଷୀ କରି ବିଶ୍ୱାସାନୁଯାୟୀ ଧାର୍ମିକତାର ଅଧିକାରୀ ହେଲେ।

8ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.