7ବିଶ୍ୱାସ ଦ୍ୱାରା ନୋହ ସେ ସମୟ ପର୍ଯ୍ୟନ୍ତ ଅପ୍ରକାଶିତ ବିଷୟ ସମ୍ବନ୍ଧରେ ପ୍ରତ୍ୟାଦେଶ ପାଇ ଭକ୍ତି ସହକାରେ ଆପଣା ପରିବାରର ରକ୍ଷା ନିମନ୍ତେ ଗୋଟିଏ ଜାହାଜ ନିର୍ମାଣ କଲେ, ପୁଣି, ସେହି ବିଶ୍ୱାସ ଦ୍ୱାରା ସେ ଜଗତକୁ ଦୋଷୀ କରି ବିଶ୍ୱାସାନୁଯାୟୀ ଧାର୍ମିକତାର ଅଧିକାରୀ ହେଲେ।
8ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ।
9ବିଶ୍ୱାସ ଦ୍ୱାରା ସେ ବିଦେଶୀ ସ୍ୱରୂପେ ପ୍ରତିଜ୍ଞାତ ଦେଶରେ ପ୍ରବାସୀ ହୋଇ ପ୍ରତିଜ୍ଞାର ସହାଧିକାରୀ ଇସ୍ହାକ ଓ ଯାକୁବଙ୍କ ସହିତ ତମ୍ବୁରେ ବାସ କଲେ;
10କାରଣ ଯେଉଁ ନଗର ଭିତ୍ତିମୂଳବିଶିଷ୍ଟ, ପୁଣି, ଯାହାର ଶିଳ୍ପୀ ଓ ନିର୍ମାତା ସ୍ୱୟଂ ଈଶ୍ବର, ଅବ୍ରହାମ ତହିଁର ଅପେକ୍ଷାରେ ଥିଲେ।
11ବିଶ୍ୱାସ ଦ୍ୱାରା ସାରା ନିଜେ ମଧ୍ୟ ପ୍ରତିଜ୍ଞାକାରୀଙ୍କୁ ବିଶ୍ୱସ୍ତ ଜ୍ଞାନ କରି ଗତବୟସ୍କା ହେଲେ ହେଁ ଗର୍ଭଧାରଣ କରିବାକୁ ଶକ୍ତି ପ୍ରାପ୍ତ ହେଲେ;