11ଶାସନ ବର୍ତ୍ତମାନ ଆନନ୍ଦଜନକ ବୋଧ ନ ହୋଇ ଦୁଃଖଜନକ ବୋଧ ହୁଏ ତଥାପି ଯେଉଁମାନେ ତଦ୍ୱାରା ଶିକ୍ଷା ପ୍ରାପ୍ତ କରିଅଛନ୍ତି, ତାହା ପରେ ସେମାନଙ୍କୁ ଶାନ୍ତିର ଫଳ ସ୍ୱରୂପ ଧାର୍ମିକତା ପ୍ରଦାନ କରେ।
12ଅତଏବ, ତୁମ୍ଭେମାନେ ଦୁର୍ବଳ ହସ୍ତ ଓ ଅବଶ ଜାନୁ ସବଳ କର,
13ପୁଣି, ଆପଣା ଆପଣା ପାଦ ନିମନ୍ତେ ସଳଖ ପଥ ପ୍ରସ୍ତୁତ କର ଯେପରି ଯାହା ଖଞ୍ଜ, ତାହା ଅଧିକ ବିକୃତ ନ ହୋଇ ବରଂ ସୁସ୍ଥ ହୁଏ।
14ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,
15କାଳେ କେହି ଈଶ୍ବରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;