15କାଳେ କେହି ଈଶ୍ବରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;
16କିଅବା କେହି ପାରଦାରିକ, ବା ଥରକର ଖାଦ୍ୟ ନିମନ୍ତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟକାରୀ ଯେ ଏଷୌ, ତାହା ପରି ବିଧର୍ମାଚାରୀ ହୁଏ, ଏହି ବିଷୟରେ ସାବଧାନ ହୁଅ।
17ତୁମ୍ଭେମାନେ ତ ଜାଣ ଯେ, ପରେ ସେ ଆଶୀର୍ବାଦର ଅଧିକାରୀ ହେବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଅଗ୍ରାହ୍ୟ ହେଲା, ପୁଣି, ଅନୁତାପ କରିବା ନିମନ୍ତେ ଅଶ୍ରୁପାତ ସହ ଯତ୍ନରେ ଚେଷ୍ଟା କଲେ ହେଁ ତାହା କରିବା ପାଇଁ ଆଉ ସୁଯୋଗ ପାଇଲା ନାହିଁ।
18କାରଣ ତୁମ୍ଭେମାନେ ସ୍ପୃଶ୍ୟ ପର୍ବତ ଓ ପ୍ରଜ୍ୱଳିତ ଅଗ୍ନି ନିକଟକୁ ପୁଣି, ନିବିଡ଼ ମେଘ, ଅନ୍ଧକାର, ଝଡ଼,
19ତୂରୀଧ୍ୱନୀ ଓ ବାକ୍ୟର ଶବ୍ଦ ନିକଟକୁ ଆସି ନାହଁ, ଶ୍ରୋତାମାନେ ସେହି ଶବ୍ଦ ଶୁଣି ଯେପରି ସେମାନଙ୍କୁ ଆଉ କୌଣସି ବାକ୍ୟ କୁହା ନ ଯାଏ, ଏହା ନିବେଦନ କରିଥିଲେ;