ଏବ୍ରୀ 12

ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନକୁ ସହ୍ୟ କଲେ ଏବଂ ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।

Hebrews 12:2 (UKJV) Looking unto Jesus the author and finisher of our faith; who for the joy that was set before him endured the cross, despising the shame, and is set down at the right hand of the throne of God.

1ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।

2ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନକୁ ସହ୍ୟ କଲେ ଏବଂ ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।

3ତୁମ୍ଭେମାନେ ଯେପରି ଆପଣା ଆପଣା ମନରେ ଶ୍ରାନ୍ତକ୍ଳାନ୍ତ ନ ହୁଅ; ଏଥିପାଇଁ ଯେ ପାପୀମାନଙ୍କଠାରୁ ଆପଣା ବିରୁଦ୍ଧରେ ଏଡ଼େ ପ୍ରତିକୂଳାଚରଣ ସହ୍ୟ କଲେ, ତାହାଙ୍କ ବିଷୟ ବିବେଚନା କର।

4ତୁମ୍ଭେମାନେ ପାପ ବିରୁଦ୍ଧରେ ଯୁଦ୍ଧ କରି ଏଯାଏଁ ରକ୍ତ-ବ୍ୟୟ ପର୍ଯ୍ୟନ୍ତ ପ୍ରତିରୋଧ କରି ନାହଁ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.