20“ଯେଣୁ କୌଣସି ପଶୁ ସୁଦ୍ଧା ଯଦି ସେହି ପର୍ବତ ସ୍ପର୍ଶ କରେ, ତେବେ ସେ ପ୍ରସ୍ତରାଘାତରେ ହତ ହେବ”, ଏହି ଯେଉଁ ଆଜ୍ଞା ଦିଆଯାଇଥିଲା, ତାହା ସେମାନେ ସହ୍ୟ କରିପାରିଲେ ନାହିଁ;
21ଆଉ ସେହି ଦୃଶ୍ୟ ଏପରି ଭୟଙ୍କର ଥିଲା ଯେ, ମୋଶା ହିଁ କହିଲେ, “ମୁଁ ଅତ୍ୟନ୍ତ ଭୀତ ଓ କମ୍ପିତ ହେଉଅଛି।”
22କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଈଶ୍ବରଙ୍କ ନଗର, ଅର୍ଥାତ୍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ,
23ସ୍ୱର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ଡଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ବର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,
24ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ।