ଏବ୍ରୀ 12

ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ।

Hebrews 12:24 (UKJV) And to Jesus the mediator of the new covenant, and to the blood of sprinkling, that speaks better things that that of Abel.

22କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଈଶ୍ବରଙ୍କ ନଗର, ଅର୍ଥାତ୍‍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ,

23ସ୍ୱର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ଡଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ବର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,

24ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ।

25ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ କର ନାହିଁ, କାରଣ ଯେଉଁ ମୋଶା ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ଇସ୍ରାଏଲର ଲୋକମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ମଧ୍ୟ ଯେ ରକ୍ଷା ପାଇବା ନାହିଁ, ଏହା ଯେ ଅଧିକ ସୁନିଶ୍ଚିତ!

26ସେତେବେଳେ ଈଶ୍ବରଙ୍କ ସ୍ୱର ପୃଥିବୀକୁ ଟଳମଳ କଲା, କିନ୍ତୁ ଏବେ ସେ ପ୍ରତିଜ୍ଞା କରି କହିଅଛନ୍ତି, “ପୁନର୍ବାର ଆମ୍ଭେ ଯେ କେବଳ ପୃଥିବୀକୁ କମ୍ପାଇବା, ତାହା ନୁହେଁ, ମାତ୍ର ଆକାଶକୁ ମଧ୍ୟ କମ୍ପାଇବା।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.