ଏବ୍ରୀ 12

ପୁନର୍ବାର ବୋଲି କହିବା ଦ୍ୱାରା ଏହା ବୁଝାଯାଏ ଯେ, ଅଟଳ ବିଷୟସବୁ ରହିବା ନିମନ୍ତେ ଟଳମଳ ବିଷୟ, ଅର୍ଥାତ୍‍, ସୃଷ୍ଟ ବିଷୟସବୁର ପରିବର୍ତ୍ତନ ହେବ।

Hebrews 12:27 (UKJV) And this word, Yet once more, signifies the removing of those things that are shaken, as of things that are made, that those things which cannot be shaken may remain.

25ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ କର ନାହିଁ, କାରଣ ଯେଉଁ ମୋଶା ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ଇସ୍ରାଏଲର ଲୋକମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ମଧ୍ୟ ଯେ ରକ୍ଷା ପାଇବା ନାହିଁ, ଏହା ଯେ ଅଧିକ ସୁନିଶ୍ଚିତ!

26ସେତେବେଳେ ଈଶ୍ବରଙ୍କ ସ୍ୱର ପୃଥିବୀକୁ ଟଳମଳ କଲା, କିନ୍ତୁ ଏବେ ସେ ପ୍ରତିଜ୍ଞା କରି କହିଅଛନ୍ତି, “ପୁନର୍ବାର ଆମ୍ଭେ ଯେ କେବଳ ପୃଥିବୀକୁ କମ୍ପାଇବା, ତାହା ନୁହେଁ, ମାତ୍ର ଆକାଶକୁ ମଧ୍ୟ କମ୍ପାଇବା।”

27ପୁନର୍ବାର ବୋଲି କହିବା ଦ୍ୱାରା ଏହା ବୁଝାଯାଏ ଯେ, ଅଟଳ ବିଷୟସବୁ ରହିବା ନିମନ୍ତେ ଟଳମଳ ବିଷୟ, ଅର୍ଥାତ୍‍, ସୃଷ୍ଟ ବିଷୟସବୁର ପରିବର୍ତ୍ତନ ହେବ।

28ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଈଶ୍ବରଙ୍କ ସନ୍ତୋଷଜନକ ଉପାସନା କରୁ।

29କାରଣ ଆମ୍ଭମାନଙ୍କର ଈଶ୍ବର ଗ୍ରାସକାରୀ ଅଗ୍ନି ସ୍ୱରୂପ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.