26ସେତେବେଳେ ଈଶ୍ବରଙ୍କ ସ୍ୱର ପୃଥିବୀକୁ ଟଳମଳ କଲା, କିନ୍ତୁ ଏବେ ସେ ପ୍ରତିଜ୍ଞା କରି କହିଅଛନ୍ତି, “ପୁନର୍ବାର ଆମ୍ଭେ ଯେ କେବଳ ପୃଥିବୀକୁ କମ୍ପାଇବା, ତାହା ନୁହେଁ, ମାତ୍ର ଆକାଶକୁ ମଧ୍ୟ କମ୍ପାଇବା।”
27ପୁନର୍ବାର ବୋଲି କହିବା ଦ୍ୱାରା ଏହା ବୁଝାଯାଏ ଯେ, ଅଟଳ ବିଷୟସବୁ ରହିବା ନିମନ୍ତେ ଟଳମଳ ବିଷୟ, ଅର୍ଥାତ୍, ସୃଷ୍ଟ ବିଷୟସବୁର ପରିବର୍ତ୍ତନ ହେବ।
28ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଈଶ୍ବରଙ୍କ ସନ୍ତୋଷଜନକ ଉପାସନା କରୁ।
29କାରଣ ଆମ୍ଭମାନଙ୍କର ଈଶ୍ବର ଗ୍ରାସକାରୀ ଅଗ୍ନି ସ୍ୱରୂପ।