2ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନକୁ ସହ୍ୟ କଲେ ଏବଂ ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।
3ତୁମ୍ଭେମାନେ ଯେପରି ଆପଣା ଆପଣା ମନରେ ଶ୍ରାନ୍ତକ୍ଳାନ୍ତ ନ ହୁଅ; ଏଥିପାଇଁ ଯେ ପାପୀମାନଙ୍କଠାରୁ ଆପଣା ବିରୁଦ୍ଧରେ ଏଡ଼େ ପ୍ରତିକୂଳାଚରଣ ସହ୍ୟ କଲେ, ତାହାଙ୍କ ବିଷୟ ବିବେଚନା କର।
4ତୁମ୍ଭେମାନେ ପାପ ବିରୁଦ୍ଧରେ ଯୁଦ୍ଧ କରି ଏଯାଏଁ ରକ୍ତ-ବ୍ୟୟ ପର୍ଯ୍ୟନ୍ତ ପ୍ରତିରୋଧ କରି ନାହଁ,
5ଆଉ ପୁତ୍ରମାନଙ୍କ ପରି ତୁମ୍ଭମାନଙ୍କ ପ୍ରତି ଉକ୍ତ ଏହି ଉତ୍ସାହବାକ୍ୟ ଭୁଲିଅଛ, “ହେ ମୋହର ପୁତ୍ର, ପ୍ରଭୁଙ୍କ ଶାସନକୁ ଲଘୁ ଜ୍ଞାନ କର ନାହିଁ, କିମ୍ବା ତାହାଙ୍କ ଦ୍ୱାରା ଅନୁଯୋଗ ପ୍ରାପ୍ତ ହେଲେ କ୍ଳାନ୍ତ ହୁଅ ନାହିଁ;
6କାରଣ ପ୍ରଭୁ ଯାହାକୁ ପ୍ରେମ କରନ୍ତି, ତାହାକୁ ଶାସନ କରନ୍ତି, ପୁଣି, ଯେଉଁ ପୁତ୍ରକୁ ସେ ଗ୍ରହଣ କରନ୍ତି, ତାହାକୁ ପ୍ରହାର କରନ୍ତି।”