5ଆଉ ପୁତ୍ରମାନଙ୍କ ପରି ତୁମ୍ଭମାନଙ୍କ ପ୍ରତି ଉକ୍ତ ଏହି ଉତ୍ସାହବାକ୍ୟ ଭୁଲିଅଛ, “ହେ ମୋହର ପୁତ୍ର, ପ୍ରଭୁଙ୍କ ଶାସନକୁ ଲଘୁ ଜ୍ଞାନ କର ନାହିଁ, କିମ୍ବା ତାହାଙ୍କ ଦ୍ୱାରା ଅନୁଯୋଗ ପ୍ରାପ୍ତ ହେଲେ କ୍ଳାନ୍ତ ହୁଅ ନାହିଁ;
6କାରଣ ପ୍ରଭୁ ଯାହାକୁ ପ୍ରେମ କରନ୍ତି, ତାହାକୁ ଶାସନ କରନ୍ତି, ପୁଣି, ଯେଉଁ ପୁତ୍ରକୁ ସେ ଗ୍ରହଣ କରନ୍ତି, ତାହାକୁ ପ୍ରହାର କରନ୍ତି।”
7ଶାସନ ଉଦ୍ଦେଶ୍ୟରେ ତ ତୁମ୍ଭେମାନେ କ୍ଳେଶ ସହ୍ୟ କରୁଅଛ ଈଶ୍ବର ତୁମ୍ଭମାନଙ୍କ ସହିତ ପୁତ୍ର ତୁଲ୍ୟ ବ୍ୟବହାର କରୁଅଛନ୍ତି, କାରଣ ପିତା ଯାହାକୁ ଶାସନ ନ କରନ୍ତି, ଏପରି ପୁତ୍ର କିଏ ଅଛି?
8କିନ୍ତୁ ଯେଉଁ ଶାସନର ସମସ୍ତେ ସହଭାଗୀ, ଯଦି ତୁମ୍ଭେମାନେ ସେଥିର ଅଂଶୀ ନୁହଁ, ତେବେ ତୁମ୍ଭେମାନେ ପୁତ୍ର ନ ହୋଇ ଜାରଜ ଅଟ।
9ଆହୁରି ମଧ୍ୟ, ଆମ୍ଭମାନଙ୍କ ଶାସନକାରୀ ଆମ୍ଭମାନଙ୍କ ଶାରୀରିକ ପିତୃଗଣଙ୍କୁ ଆମ୍ଭେମାନେ ସମାଦର କଲୁ, ତେବେ ଆତ୍ମାମାନଙ୍କ ପିତାଙ୍କର ବରଂ କେତେ ଅଧିକ ରୂପେ ବଶୀଭୂତ ହୋଇ ଜୀବନ ପ୍ରାପ୍ତ ନ ହେବୁ?