7ଶାସନ ଉଦ୍ଦେଶ୍ୟରେ ତ ତୁମ୍ଭେମାନେ କ୍ଳେଶ ସହ୍ୟ କରୁଅଛ ଈଶ୍ବର ତୁମ୍ଭମାନଙ୍କ ସହିତ ପୁତ୍ର ତୁଲ୍ୟ ବ୍ୟବହାର କରୁଅଛନ୍ତି, କାରଣ ପିତା ଯାହାକୁ ଶାସନ ନ କରନ୍ତି, ଏପରି ପୁତ୍ର କିଏ ଅଛି?
8କିନ୍ତୁ ଯେଉଁ ଶାସନର ସମସ୍ତେ ସହଭାଗୀ, ଯଦି ତୁମ୍ଭେମାନେ ସେଥିର ଅଂଶୀ ନୁହଁ, ତେବେ ତୁମ୍ଭେମାନେ ପୁତ୍ର ନ ହୋଇ ଜାରଜ ଅଟ।
9ଆହୁରି ମଧ୍ୟ, ଆମ୍ଭମାନଙ୍କ ଶାସନକାରୀ ଆମ୍ଭମାନଙ୍କ ଶାରୀରିକ ପିତୃଗଣଙ୍କୁ ଆମ୍ଭେମାନେ ସମାଦର କଲୁ, ତେବେ ଆତ୍ମାମାନଙ୍କ ପିତାଙ୍କର ବରଂ କେତେ ଅଧିକ ରୂପେ ବଶୀଭୂତ ହୋଇ ଜୀବନ ପ୍ରାପ୍ତ ନ ହେବୁ?
10କାରଣ ସେମାନଙ୍କୁ ଯେପରି ବିହିତ ବୋଧ ହେଲା, ତଦନୁସାରେ ସେମାନେ ଅଳ୍ପ ଦିନ ନିମନ୍ତେ ଆମ୍ଭମାନଙ୍କୁ ଶାସନ କଲେ; କିନ୍ତୁ ଆମ୍ଭେମାନେ ଯେପରି ତାହାଙ୍କ ପବିତ୍ରତାର ସହଭାଗୀ ହେଉ, ଏଥିପାଇଁ ସେ ଆମ୍ଭମାନଙ୍କ ମଙ୍ଗଳ ନିମନ୍ତେ ଶାସନ କରନ୍ତି।
11ଶାସନ ବର୍ତ୍ତମାନ ଆନନ୍ଦଜନକ ବୋଧ ନ ହୋଇ ଦୁଃଖଜନକ ବୋଧ ହୁଏ ତଥାପି ଯେଉଁମାନେ ତଦ୍ୱାରା ଶିକ୍ଷା ପ୍ରାପ୍ତ କରିଅଛନ୍ତି, ତାହା ପରେ ସେମାନଙ୍କୁ ଶାନ୍ତିର ଫଳ ସ୍ୱରୂପ ଧାର୍ମିକତା ପ୍ରଦାନ କରେ।