1ବିଶ୍ୱାସୀମାନଙ୍କ ମଧ୍ୟରେ ପ୍ରେମ ସ୍ଥିର ହୋଇ ରହିଥାଉ।
2ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ୱାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି।
3ଆପଣାମାନଙ୍କୁ ବନ୍ଦୀମାନଙ୍କ ସହବନ୍ଦୀ ସ୍ୱରୂପେ ଜ୍ଞାନ କରି ପୁଣି, ନିଜେ ଦେହଧାରୀ ଅଟ ବୋଲି ଜାଣି କ୍ଳେଶଭୋଗ କରୁଥିବା ଲୋକମାନଙ୍କୁ ସ୍ମରଣ କର।