8ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି।
9ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ।
10ଯେଉଁ ବେଦିର ସାମଗ୍ରୀ ତମ୍ବୁର ଉପାସକମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ବେଦି ଅଛି।
11କାରଣ ଯେଉଁ ସବୁ ପଶୁର ରକ୍ତ ପାପାର୍ଥକ ବଳି ସ୍ୱରୂପେ ମହାଯାଜକଙ୍କ ଦ୍ୱାରା ମହାପବିତ୍ର ସ୍ଥାନକୁ ଅଣାଯାଏ, ସେହିସବୁ ପଶୁର ଶରୀର ଛାଉଣୀର ବାହାରେ ଦଗ୍ଧ ହୁଏ।
12ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ୱାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ୱାରର ବାହାରେ ମୃତ୍ୟୁଭୋଗ କଲେ।