10ଯେଉଁ ବେଦିର ସାମଗ୍ରୀ ତମ୍ବୁର ଉପାସକମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ବେଦି ଅଛି।
11କାରଣ ଯେଉଁ ସବୁ ପଶୁର ରକ୍ତ ପାପାର୍ଥକ ବଳି ସ୍ୱରୂପେ ମହାଯାଜକଙ୍କ ଦ୍ୱାରା ମହାପବିତ୍ର ସ୍ଥାନକୁ ଅଣାଯାଏ, ସେହିସବୁ ପଶୁର ଶରୀର ଛାଉଣୀର ବାହାରେ ଦଗ୍ଧ ହୁଏ।
12ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ୱାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ୱାରର ବାହାରେ ମୃତ୍ୟୁଭୋଗ କଲେ।
13ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟ କରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ।
14କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଭବିଷ୍ୟତରେ ଚିରସ୍ଥାୟୀ ନଗରର ଅନ୍ୱେଷଣ କରୁଅଛୁ।