ଏବ୍ରୀ 13

ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟ କରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ।

Hebrews 13:13 (UKJV) Let us go forth therefore unto him without the camp, bearing his reproach.

11କାରଣ ଯେଉଁ ସବୁ ପଶୁର ରକ୍ତ ପାପାର୍ଥକ ବଳି ସ୍ୱରୂପେ ମହାଯାଜକଙ୍କ ଦ୍ୱାରା ମହାପବିତ୍ର ସ୍ଥାନକୁ ଅଣାଯାଏ, ସେହିସବୁ ପଶୁର ଶରୀର ଛାଉଣୀର ବାହାରେ ଦଗ୍ଧ ହୁଏ।

12ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ୱାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ୱାରର ବାହାରେ ମୃତ୍ୟୁଭୋଗ କଲେ।

13ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟ କରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ।

14କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଭବିଷ୍ୟତରେ ଚିରସ୍ଥାୟୀ ନଗରର ଅନ୍ୱେଷଣ କରୁଅଛୁ।

15ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍‍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.