17ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରିପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ।
18ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ୱାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ।
19ଆଉ ମୁଁ ଯେପରି ଶୀଘ୍ର ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇପାରିବି, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ତୁମ୍ଭମାନଙ୍କୁ ବିଶେଷ ଭାବରେ ଅନୁରୋଧ କରୁଅଛି।
20ଯେଉଁ ଶାନ୍ତିଦାତା ଈଶ୍ବର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;
21ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।