20ଯେଉଁ ଶାନ୍ତିଦାତା ଈଶ୍ବର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;
21ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।
22ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରୁଅଛି, ଏହି ଉପଦେଶ ସହ୍ୟ କର, ଯେଣୁ ମୁଁ ସଂକ୍ଷେପରେ ତୁମ୍ଭମାନଙ୍କୁ ଲେଖିଅଛି।
23ଆମ୍ଭମାନଙ୍କର ଭ୍ରାତା ତୀମଥି ମୁକ୍ତ ହୋଇ ଯଦି ସେ ଶୀଘ୍ର ଆସନ୍ତି, ତେବେ ତାହାଙ୍କ ସଙ୍ଗରେ ମୁଁ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଆସିବି।
24ତୁମ୍ଭମାନଙ୍କର ସମସ୍ତ ନେତା ଓ ସାଧୁସମସ୍ତଙ୍କୁ ନମସ୍କାର ଜଣାଅ। ଯେଉଁମାନେ ଇତାଲିଆ ଦେଶରୁ ଆସିଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।