5ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”
6ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, “ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ। ମନୁଷ୍ୟ ମୋହର କଅଣ କରିବ?”
7ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ବରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ।
8ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି।
9ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ।