5କାରଣ ଯାହା ଭାବି ଜଗତର କଥା ଆମ୍ଭେମାନେ କହୁଅଛୁ, ତାହା ଈଶ୍ବର ଦୂତମାନଙ୍କ ଅଧୀନ କରି ନାହାନ୍ତି।
6କିନ୍ତୁ ଜଣେ କୌଣସି ସ୍ଥାନରେ ଏହି କଥା କହି ସାକ୍ଷ୍ୟ ଦେଇଅଛନ୍ତି, “ମନୁଷ୍ୟ କିଏ, ଯେ ତୁମ୍ଭେ ତାହାକୁ ସ୍ମରଣ କରିଥାଅ? ମନୁଷ୍ୟ-ସନ୍ତାନ କିଏ, ଯେ ତୁମ୍ଭେ ତାହାର ଯତ୍ନ ନେଇଥାଅ?
7ତୁମ୍ଭେ ଦୂତମାନଙ୍କଠାରୁ ତାହାକୁ ଅଳ୍ପ ନ୍ୟୂନ କରିଅଛ, ତୁମ୍ଭେ ତାହାକୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ଭୂଷିତ କରିଅଛ,
8ତୁମ୍ଭେ ତାହାର ଅଧୀନ କରି ସମସ୍ତ ବିଷୟ ପାଦ ତଳେ ରଖିଅଛ।” ପ୍ରକୃତରେ ସେ ସମସ୍ତ ବିଷୟକୁ ତାହାର ବଶୀଭୂତ କରିବାରେ କୌଣସି ବିଷୟକୁ ତାହାର ବଶୀଭୂତ ନ କରି ଛାଡ଼ି ନାହାନ୍ତି। ଆମ୍ଭେମାନେ ଏପର୍ଯ୍ୟନ୍ତ ସମସ୍ତ ବିଷୟ ତାହାର ବଶୀଭୂତ ହୋଇଥିବାର ଦେଖୁ ନାହୁଁ ସତ,
9କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଈଶ୍ବରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ୱାଦନ କରନ୍ତି।