ଏବ୍ରୀ 3

ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର;

Hebrews 3:1 (UKJV) Wherefore, holy brethren, partakers of the heavenly calling, consider the Apostle and High Priest of our profession, Christ Jesus;

1ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର;

2ମୋଶା ଯେପରି ଈଶ୍ବରଙ୍କ ଗୃହରେ ବିଶ୍ୱସ୍ତ ଥିଲେ, ଯୀଶୁ ସେହିପରି ଆପଣା ନିଯୋଗକର୍ତ୍ତାଙ୍କ ପ୍ରତି ବିଶ୍ୱସ୍ତ ଥିଲେ।

3ଗୃହ ଅପେକ୍ଷା ଗୃହର ସ୍ଥାପନକର୍ତ୍ତା ଯେପରି ଅଧିକ ସମାଦର ପ୍ରାପ୍ତ ହୁଅନ୍ତି, ସେହିପରି ମୋଶାଙ୍କ ଅପେକ୍ଷା ସେ ଅଧିକ ଗୌରବର ଯୋଗ୍ୟ ବୋଲି ଗଣିତ ହୋଇଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.