10“ତେଣୁ ଆମ୍ଭେ ଏହି ବଂଶ ପ୍ରତି ବିରକ୍ତ ହୋଇ କହିଲୁ, ସେମାନେ ସର୍ବଦା ହୃଦୟରେ ଭ୍ରାନ୍ତ ଅଟନ୍ତି, ସେମାନେ ଆମ୍ଭର ମାର୍ଗସବୁ ଜାଣି ନାହାନ୍ତି।
11ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ।”
12ହେ ଭାଇମାନେ, ସାବଧାନ, ଯେପରି ଜୀବନ୍ତ ଈଶ୍ବରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ୱାସୀ ହୃଦୟ ତୁମ୍ଭମାନଙ୍କର କାହାରିଠାରେ ନ ଥାଏ।
13କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥିନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;
14କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ।