13କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥିନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;
14କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ।
15ଯେପରି ଶାସ୍ତ୍ରରେ ଉକ୍ତ ଅଛି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଯେପରି ବିରକ୍ତି ଜନ୍ମାଇବା ସ୍ଥାନରେ ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କର।”
16ତେବେ କେଉଁମାନେ ଶୁଣି ବିରକ୍ତି ଜନ୍ମାଇଲେ? ମୋଶାଙ୍କ ଦ୍ୱାରା ମିସର ଦେଶରୁ ଯେଉଁମାନେ ବାହାରି ଆସିଥିଲେ, ସେ ସମସ୍ତେ କଅଣ ନୁହଁନ୍ତି?
17ଆଉ କେଉଁମାନଙ୍କ ଉପରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେ ବିରକ୍ତ ହୋଇଥିଲେ? ଯେଉଁମାନେ ପାପ କରିଥିଲେ, ଯେଉଁମାନଙ୍କ ଶବ ପ୍ରାନ୍ତରରେ ପଡ଼ି ରହିଥିଲା, କଅଣ ସେମାନଙ୍କ ଉପରେ ନୁହେଁ?