ଏବ୍ରୀ 3

ଆଉ କେଉଁମାନଙ୍କ ଉପରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେ ବିରକ୍ତ ହୋଇଥିଲେ? ଯେଉଁମାନେ ପାପ କରିଥିଲେ, ଯେଉଁମାନଙ୍କ ଶବ ପ୍ରାନ୍ତରରେ ପଡ଼ି ରହିଥିଲା, କଅଣ ସେମାନଙ୍କ ଉପରେ ନୁହେଁ?

Hebrews 3:17 (UKJV) But with whom was he grieved forty years? was it not with them that had sinned, whose carcasses fell in the wilderness?

15ଯେପରି ଶାସ୍ତ୍ରରେ ଉକ୍ତ ଅଛି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଯେପରି ବିରକ୍ତି ଜନ୍ମାଇବା ସ୍ଥାନରେ ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କର।”

16ତେବେ କେଉଁମାନେ ଶୁଣି ବିରକ୍ତି ଜନ୍ମାଇଲେ? ମୋଶାଙ୍କ ଦ୍ୱାରା ମିସର ଦେଶରୁ ଯେଉଁମାନେ ବାହାରି ଆସିଥିଲେ, ସେ ସମସ୍ତେ କଅଣ ନୁହଁନ୍ତି?

17ଆଉ କେଉଁମାନଙ୍କ ଉପରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେ ବିରକ୍ତ ହୋଇଥିଲେ? ଯେଉଁମାନେ ପାପ କରିଥିଲେ, ଯେଉଁମାନଙ୍କ ଶବ ପ୍ରାନ୍ତରରେ ପଡ଼ି ରହିଥିଲା, କଅଣ ସେମାନଙ୍କ ଉପରେ ନୁହେଁ?

18ଯେଉଁମାନେ ଅବାଧ୍ୟ ହୋଇଥିଲେ, ସେମାନଙ୍କ ବିନା ଆଉ କେଉଁମାନଙ୍କ ବିରୁଦ୍ଧରେ ସେ ଶପଥ କରିଥିଲେ ଯେ, ସେମାନେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବେ ନାହିଁ?

19ଆମ୍ଭେମାନେ ଦେଖୁ ଯେ, ଅବିଶ୍ୱାସ ହେତୁ ସେମାନେ ବିଶ୍ରାମରେ ପ୍ରବେଶ କରିପାରିଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.