4ଯେଣୁ ପ୍ରତ୍ୟେକ ଗୃହ କୌଣସି ନା କୌଣସି ବ୍ୟକ୍ତିଙ୍କ ଦ୍ୱାରା ନିର୍ମିତ ହୋଇଥାଏ, କିନ୍ତୁ ସମସ୍ତ ବିଷୟର ଯେ ନିର୍ମାଣକର୍ତ୍ତା, ସେ ଈଶ୍ବର।
5ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ବନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ୱରୂପେ ପ୍ରକୃତରେ ବିଶ୍ୱସ୍ତ ଥିଲେ।
6କିନ୍ତୁ ଖ୍ରୀଷ୍ଟ ଈଶ୍ବରଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ।
7ଅତଏବ ପବିତ୍ର ଆତ୍ମା ଶାସ୍ତ୍ରରେ ଯେପରି କହନ୍ତି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ
8ପ୍ରାନ୍ତରରେ ପରୀକ୍ଷା ଦିନରେ ଓ ବିରକ୍ତି ଜନ୍ମାଇବା ସ୍ଥାନରେ ଯେପରି ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କର,”