6କିନ୍ତୁ ଖ୍ରୀଷ୍ଟ ଈଶ୍ବରଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ।
7ଅତଏବ ପବିତ୍ର ଆତ୍ମା ଶାସ୍ତ୍ରରେ ଯେପରି କହନ୍ତି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ
8ପ୍ରାନ୍ତରରେ ପରୀକ୍ଷା ଦିନରେ ଓ ବିରକ୍ତି ଜନ୍ମାଇବା ସ୍ଥାନରେ ଯେପରି ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କର,”
9“ସେହି ପ୍ରାନ୍ତରରେ ତୁମ୍ଭମାନଙ୍କ ପିତୃ-ପୁରୁଷମାନେ ଆମ୍ଭକୁ ପରୀକ୍ଷା କରି ଆମ୍ଭର ଅନୁସନ୍ଧାନ କଲେ, ଆଉ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭର କାର୍ଯ୍ୟ ଦେଖିଲେ।”
10“ତେଣୁ ଆମ୍ଭେ ଏହି ବଂଶ ପ୍ରତି ବିରକ୍ତ ହୋଇ କହିଲୁ, ସେମାନେ ସର୍ବଦା ହୃଦୟରେ ଭ୍ରାନ୍ତ ଅଟନ୍ତି, ସେମାନେ ଆମ୍ଭର ମାର୍ଗସବୁ ଜାଣି ନାହାନ୍ତି।