ଏବ୍ରୀ 4

ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯତ୍ନ କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ।

Hebrews 4:11 (UKJV) Let us labour therefore to enter into that rest, lest any man fall after the same example of unbelief.

9ଅତଏବ ଈଶ୍ବରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମବାର ଭୋଗ କରିବାର ବାକି ଅଛି।

10ଯେଣୁ ଯେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିଅଛି, ଈଶ୍ବର ଆପଣା କାର୍ଯ୍ୟରୁ ଯେପରି ବିଶ୍ରାମ କଲେ, ସେପରି ସେ ମଧ୍ୟ ଆପଣା କାର୍ଯ୍ୟରୁ ବିଶ୍ରାମ ପ୍ରାପ୍ତ ହୋଇଅଛି।

11ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯତ୍ନ କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ।

12କାରଣ ଈଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ୍ଗଠାରୁ ତୀକ୍ଷ୍ଣତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।

13ଈଶ୍ବରଙ୍କ ଦୃଷ୍ଟିରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଗ୍ନ ଓ ଅନାବୃତ ଅଟେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.