14ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ବରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ।
15କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ।
16ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଦୟା ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।